3ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।
4ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।
5ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
6ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।
7ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।