6ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।
7ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।
8ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି।
9ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ।
10ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।