ଆୟୁବ 8

ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?

Job 8:10 (UKJV) Shall not they teach you, and tell you, and utter words out of their heart?

8କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;

9କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;

10ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?

11ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ?

12ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.