10ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
11ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ?
12ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ।
13ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
14ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ।