15ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ।
16ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।
17ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ।
18ଯଦି ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ୱୀକାର କରି କହିବ, ‘ମୁଁ ତୁମ୍ଭକୁ ଦେଖି ନାହିଁ।’
19ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ।