18ଯଦି ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ୱୀକାର କରି କହିବ, ‘ମୁଁ ତୁମ୍ଭକୁ ଦେଖି ନାହିଁ।’
19ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ।
20ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।
21ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ।
22ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ।”