2“ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ?
3ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତି?
4ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
5ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
6ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।