8ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
9ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
10ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।
11ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।
12ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?