ଆୟୁବ 9

ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।

Job 9:18 (UKJV) He will not suffer me to take my breath, but fills me with bitterness.

16ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।

17କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।

18ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।

19ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?

20ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.