1ଏଥିରେ ଆୟୁବ ଉତ୍ତର କରି କହିଲା,
2“ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ?
3ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
4ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?