21ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।
22ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
23ଯଦି କୋରଡ଼ା ହଠାତ୍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।
24ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?
25ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।