25ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।
26ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
27ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’
28ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।
29ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?