30ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।
32କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।
33ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।
34ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;