4ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
5ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
6ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
7ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
8ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।