6ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
7ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
8ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
9ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
10ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।