8ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
9ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
10କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
11ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।
12ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।