ଯୋୟେଲ 1

ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।

Joel 1:15 (UKJV) Alas for the day! for the day of the LORD is at hand, and as a destruction from the Almighty shall it come.

13ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।

14ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।

15ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।

16ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?

17ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.