18ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।
19ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।
20ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି।