ଯୋୟେଲ 1

ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।

Joel 1:4 (UKJV) That which the palmerworm has left has the locust eaten; and that which the locust has left has the cankerworm eaten; and that which the cankerworm has left has the caterpillar eaten.

2ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?

3ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।

4ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।

5ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

6ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.