4ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
5ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।
6ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।
7ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
8ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।