ଯୋୟେଲ 2

ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।

Joel 2:1 (UKJV) Blow all of you the trumpet in Zion, and sound an alarm in my holy mountain: let all the inhabitants of the land tremble: for the day of the LORD comes, for it is nigh at hand;

1ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।

2ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।

3ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.