9ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
10ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
11ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?
12ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।
13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।