ଯୋୟେଲ 2

ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।

Joel 2:12 (UKJV) Therefore also now, says the LORD, turn all of you even to me with all your heart, and with fasting, and with weeping, and with mourning:

10ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।

11ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?

12ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।

13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।

14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.