ଯୋୟେଲ 2

ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।

Joel 2:16 (UKJV) Gather the people, sanctify the congregation, assemble the elders, gather the children, and those that suck the breasts: let the bridegroom go out of his chamber, and the bride out of her closet.

14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।

15ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;

16ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।

17ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”

18ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.