17ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
18ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
19ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।
20ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
21ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।