ଯୋୟେଲ 2

ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।

Joel 2:21 (UKJV) Fear not, O land; be glad and rejoice: for the LORD will do great things.

19ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।

20ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।

21ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।

22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।

23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.