20ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
21ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।