21ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।