ଯୋୟେଲ 2

ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।

Joel 2:24 (UKJV) And the floors shall be full of wheat, and the vats shall overflow with wine and oil.

22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।

23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।

24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।

25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।

26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.