ଯୋୟେଲ 2

ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।

Joel 2:28 (UKJV) And it shall come to pass afterward, that I will pour out my spirit upon all flesh; and your sons and your daughters shall prophesy, your old men shall dream dreams, your young men shall see visions:

26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।

27ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।

28ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।

29ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।

30ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.