28ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
29ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
30ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
31ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
32ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।