2ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
3ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
4ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।
5ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।
6ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।