6ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।
7ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।
8ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।
9ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
10ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।