1କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
2ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।