ଯୋୟେଲ 3

ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।

Joel 3:10 (UKJV) Beat your plowshares into swords and your pruning hooks into spears: let the weak say, I am strong.

8ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”

9ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।

10ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।

11ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।

12ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.