9ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
10ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
11ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।
12ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
13ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।