ଯୋୟେଲ 3

ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।

Joel 3:12 (UKJV) Let the heathen be wakened, and come up to the valley of Jehoshaphat: for there will I sit to judge all the heathen round about.

10ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।

11ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।

12ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।

13ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।

14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.