12ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
13ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।
14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
15ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।