16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
17ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
19ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
20ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।