1କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
2ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
4ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।