18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
19ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
20ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
21ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।