ଯୋୟେଲ 3

ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

Joel 3:4 (UKJV) Yea, and what have all of you to do with me, O Tyre, and Zidon, and all the coasts of Palestine? will all of you render me a recompence? and if all of you recompense me, swiftly and speedily will I return your recompence upon your own head;

2ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।

3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

4ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

5କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;

6ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.