ଯୋୟେଲ 3

କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;

Joel 3:5 (UKJV) Because all of you have taken my silver and my gold, and have carried into your temples my goodly pleasant things:

3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

4ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।

5କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;

6ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।

7ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.