ଯୋହନ 1

ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?

John 1:38 (UKJV) Then Jesus turned, and saw them following, and says unto them, What seek all of you? They said unto him, Rabbi, (which is to say, being interpreted, Master,) where dwell you?

36ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।

37ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।

38ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?

39ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।

40ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.