38ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅର୍ଥାତ୍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
39ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।
40ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
41ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
42ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍ ପିତର) ନାମରେ ଖ୍ୟାତ ହେବ।”