40ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
41ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
42ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍ ପିତର) ନାମରେ ଖ୍ୟାତ ହେବ।”
43ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
44ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।