ଯୋହନ 1

ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”

John 1:47 (UKJV) Jesus saw Nathanael coming to him, and says of him, Behold an Israelite indeed, in whom is no guile!

45ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।

46ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”

47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”

48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”

49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.