13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।
14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।
16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
17ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।