ଯୋହନ 10

ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।

John 10:19 (UKJV) There was a division therefore again among the Jews for these sayings.

17ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।

18କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”

19ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।

20ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?

21ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.