ଯୋହନ 10

କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ।

John 10:2 (UKJV) But he that enters in by the door is the shepherd of the sheep.

1“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;

2କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ।

3ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।

4ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.